ବାଲେଶ୍ୱର (୧୫.୧୦.୨୦୨୦) – ଆଚ୍ଛା ସଙ୍ଗଠନ ପକ୍ଷରୁ ବାଲେଶ୍ୱର ସଦର ବ୍ଲକ ଶ୍ରୀରାମପୁର ଠାରେ ରକ୍ତଦାନ ଶିବିର କରାଯାଇଛି । ଏହି ଶିବିରଟି ଆଚ୍ଛା ସଙ୍ଗଠନର ଜିଲ୍ଲା ସଭାପତି ବିନୋଦ କୁମାର ମାଝୀଙ୍କ ତତ୍ୱାବଧନତାରେ ଅନୁଷ୍ଠିତ ହେବା ସହ ପ୍ରଥମେ ସାବୁନ ଦ୍ୱାରା ଭଲଭାବେ ହାତ ଧୋଇବା ପାଇଁ ଦିଆଯିବା ପରେ ସେନିଟାଇଜରରେ ହାତକୁ ସଫା କରିବା ପାଇଁ ଦିଆଜାଇ ଅପେକ୍ଷା ହଲରେ ସାମାଜିକ ଦୁରତା ବଜାଇ ଚେୟାରରେ ବସି ଅପେକ୍ଷା କରିବା ପାଇଁ ବ୍ୟବସ୍ତା କରାଯାଇଥିଲା । ଏହାପରେ ବ୍ଲଡ ବ୍ୟାଙ୍କ ପକ୍ଷରୁ ଆସିଥିବା ବ୍ଲଡ ବ୍ୟାଙ୍କ ଓଫିସର ଡ. ମହେଶ ବିଶ୍ୱାଳ, କାଉନସିଲର ସୁଚିସ୍ମିତା ଦାସ, ଲ୍ୟାବ ଟେଷ୍ଟ ଅଧିକାରୀ ଜ୍ୟୋତିଷ ମହାପାତ୍ର, ବିଦ୍ୟାଧର ପ୍ରଧାନ, ଅଜୟ , ବିଜୟ ପଟ୍ଟନାୟକ ଦୂରତା ରକ୍ଷା କରି ରକ୍ତ ଦାତା ମାନଙ୍କ ଠାରୁ ରକ୍ତ ଗ୍ରହଣ କରି ବିଶ୍ରାମ ଗୃହରେ ସେମାନଙ୍କୁ ଫଳମୂଳ, ଅଣ୍ଡା ଓ ଲିକୁଇଡ୍ ଜୁସ୍ ପାନକରିବା ପାଇଁ ପ୍ରଦାନ କରିଥିଲେ । ଏଥିରେ ସଙ୍ଗଠନ ପକ୍ଷରୁ ରାଜ୍ୟ ସଭାପତି ବିସ୍ମିତ ରଞ୍ଜନ ଦାସ, ଉପସଭାପତି ରାଜେଶ ପଣ୍ଡିଆ, ମେଡିକାଲ କୋଡିନେଟର୍ ଶ୍ରୀଯୁକ୍ତ ଉଦୟ ଭାନୁ ନାୟକ, ଉତ୍ତମ ବେହେରା, ଖଗେଶ୍ୱର ବଢେଇ, ରାଜେଶ ଜେନା,ବାବୁରାମ ଧଳ, ଗୌରାଙ୍ଗ ଜେନା, ମିନାକ୍ଷୀ ମହାନ୍ତି, ଗୀତାଞ୍ଜଳି ଜେନା ପ୍ରଭୃତି ସହଯଗ କରିଥିଲେ ।
You May Also Like
Activities
ଭଦ୍ରକ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ସି.ବି.ଆଇ ତଦନ୍ତ ପାଇଁ ଏକ ଦାବିପତ୍ର ପ୍ରଦାନ କରାଯାଇଛି
mail@isolutionindia.inJanuary 9, 2023
Activities
ବାହାନଗା ବି.ଡ଼ି.ଓ. ରଘୁନାଥ ପାଣିଗ୍ରାହୀଙ୍କ ନିଲମ୍ବନ ଏବଂ ଗିରଫ ଦାବୀରେ ଆଚ୍ଛା ସଙ୍ଗଠନ ପକ୍ଷରୁ ବାଲେଶ୍ୱର ଏସ୍. ପି.ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆମରଣ ଅନଶନ ଥାନାରେ ଲିଖିତ ପତ୍ର
mail@isolutionindia.inJanuary 9, 2023

ଆଚ୍ଛା ସଂଗଠନ ତରଫରୁ ଜଳେଶ୍ବର ବଡ଼ନଗର ଠାରେ ରକ୍ତ ଦାନ ଶିବିର ଅନୁଷ୍ଠିତ
mail@isolutionindia.inJanuary 9, 2023